www.samajalive.in
Monday, December 8, 2025
14.1 C
Bhubaneswar

ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରୀ ଅସଦାଚରଣ ଘଟଣା; ସହକାରୀ ପ୍ରାଧ୍ୟାପକ ନିଲମ୍ବିତ

ଭୁବନେଶ୍ଵର: ଉତ୍କଳ ବିଶ୍ଵବିଦ୍ୟାଳୟର ବିଶ୍ଳେଷଣାତ୍ମକ ଏବଂ ପ୍ରୟୋଗାତ୍ମକ ଅର୍ଥନୀତି ବିଭାଗର ସହକାରୀ ପ୍ରାଧ୍ୟାପକ ନିଲମ୍ବିତ ହୋଇଛନ୍ତି। ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଅଗଷ୍ଟ ୧୬ରେ ଏହି ଘଟଣା ଘଟିଥିବାବେଳେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ରିପୋର୍ଟ ଆଧାରରେ କୁଳପତି ବୁଧବାର ସହକାରୀ ପ୍ରାଧ୍ୟାପକଙ୍କୁ ନିଲମ୍ବନ କରିଛନ୍ତି। ଏଥିସହ ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଅଗଷ୍ଟ ୧୬ ତାରିଖ ଅପରାହ୍ନ ସମୟରେ ଅର୍ଥନୀତି ବିଭାଗର ସହକାରୀ ପ୍ରାଧ୍ୟାପକ ନିଜ ଚ୍ୟାମ୍ୱରରେ ଥିବାବେଳେ ବିଭାଗର ଜଣେ ଛାତ୍ରୀ ବହି ଆଣିବାକୁ ତାଙ୍କ ଚ୍ୟାମ୍ୱରକୁ ଯାଇଥିଲେ। ସେତେବେଳେ ସହକାରୀ ପ୍ରାଧ୍ୟାପକ ତାଙ୍କୁ ବସିବା ପାଇଁ କହି ତାଙ୍କ ନିକଟରେ ବସିଥିଲେ ଏବଂ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ପରେ ସେ ଛାତ୍ରୀଙ୍କୁ ଏହି ଘଟଣା ବିଷୟରେ ପ୍ରକାଶ ନ କରିବା ପାଇଁ ତାଗିଦ୍ କରିଥିଲେ। ଛାତ୍ରୀ ଜଣକ ବିଶ୍ଵବିଦ୍ୟାବିଦ୍ୟାଳୟ ଯୌନ ନିର୍ଯାତନା ସେଲ୍‌ରେ ଅଭିଯୋଗ କରିଥିଲେ। ଏଥିରୁ କୌଣସି ସୁଫଳ ନ ମିଳିବାରୁ ଛାତ୍ରୀ ଜଣକ ଜାତୀୟ ମାନବାଧିକାର ଆୟୋଗରେ ଅଭିଯୋଗ କରିଥିଲେ। ଆୟୋଗ ବିଶ୍ଵବିଦ୍ୟାଳୟ କୁଳପତିଙ୍କୁ ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ନିର୍ଦେଶ ଦେବାପରେ କୁଳପତି ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିଥିଲେ। ଆଇସିସି ରିପୋର୍ଟ ଆଧାରରେ କୁଳପତି ଆଜି ତାଙ୍କୁ ନିଲମ୍ବନ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories