www.samajalive.in
Sunday, December 14, 2025
19.1 C
Bhubaneswar

ତ୍ୟାଗ ଓ ସେବାର ପ୍ରତୀକ ଉତ୍କଳମଣି ପୁଣ୍ୟାତ୍ମା ଗୋପବନ୍ଧୁ ଦାସ

ଭୁବନେଶ୍ବର: ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ। ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି। ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳରମଣି ନଥିଲେ ବାସ୍ତବରେ ସେ ଥିଲେ ଭାରତରମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ। ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସ ଥିଲେ ତ୍ୟାଗ ଓ ସେବାର ପ୍ରତୀକ। ଆଜିର ଛାତ୍ର ସମାଜ ଉତ୍କଳମଣିଙ୍କର ତ୍ୟାଗମୟ ଜୀବନୀ ସଂପର୍କରେ ଅବଗତ ହେବା ସହ ସମସ୍ତେ ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହେବା ଆବଶ୍ୟକ ବୋଲି ବକ୍ତାମାନେ ପ୍ରକାଶ କରିଥିଲେ।

ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ଦର୍ଶନ ବିଭାଗ ସମ୍ମୁଖରେ ଥିବା ଗୋପବନ୍ଧୁ ପାର୍କରେ ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ଭୋସ-୯୨ର ସମ୍ପାଦକ ଗଦାଧର ରଥ ଓ ହିମାଂଶୁ ଶେଖର ସ୍ବାଇଁ ମଧ୍ୟ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦର୍ଶନ ବିଭାଗର ଡ.ସୁଧାକର ଜାଲି, ମନୋରଞ୍ଜନ ମଲ୍ଲିକ, ଅଳକାନନ୍ଦା ପରିଡ଼ା, କବିତା ଦାସ ପ୍ରମୁଖ ଗୋପବନ୍ଧୁ ଦାସଙ୍କୁ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟର ଗୋପବନ୍ଧୁ ଛାତ୍ରାବାସ ସମ୍ମୁଖରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories