www.samajalive.in
Wednesday, December 10, 2025
23.1 C
Bhubaneswar

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ, ଯୋଗଦେବେ ଉପରାଷ୍ଟ୍ରପତି ଏମ୍‌.ଭେଙ୍କିଆ ନାଇଡୁ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ସମାରୋହ ୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବ। ଭାରତର ଉପରାଷ୍ଟ୍ରପତିି ଭେଙ୍କିଆ ନାଇଡୁ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି। ଏହି ସମାରୋହରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଅଧ୍ୟକ୍ଷତା କରିବେ। କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ସମ୍ମାନୀତ ଅତିଥି ଭାବେ ଦେବାର କାର୍ଯ୍ୟକ୍ରମ ରହିଛି।
କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଉତ୍କଳ ବିଶ୍ୱବିଦ୍ୟାଳୟର ୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ୫୦ତମ ସମାବର୍ତ୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯିବ। ଚଳିତ ବର୍ଷ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ(ଆର୍‍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍‍ ଅଫ୍‍ ଇଣ୍ଡିଆ(ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‍ ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍‍ ରିସର୍ଚ୍ଚ ସେଣ୍ଟର(ବାର୍କ)ର ନିର୍ଦେଶକ ଅଜିତ୍‍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପାଇଁ ମନୋନୟନ ହୋଇଥିବା ସମସ୍ତ ବ୍ୟକ୍ତି ଏପ୍ରିଲ୍‍ ୩ରେ ଆସି ଡକ୍ଟରେଟ୍‍ ଡିଗ୍ରୀ ଉପାଧି ଗ୍ରହଣ କରିବାକୁ ସ୍ୱୀକୃତି ପ୍ରଦାନ କରିଛନ୍ତି।

- Advertisement -

୩ ଏପ୍ରିଲ୍‍ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୧ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତ୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହେବ। ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‍ ନିୟମାବଳୀ ଏହି ସମାରୋହରେ କଡ଼ାକଡ଼ି ଭାବେ ପାଳନ କରାଯିବ। ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସମେତ ଛାତ୍ରଛାତ୍ରୀ ଯେଉଁମାନେ ମଞ୍ଚର ନିକଟବର୍ତ୍ତୀ ରହିବେ ସେମାନଙ୍କର ଆର୍‍ଟିପିସିଆର୍‍ ପରୀକ୍ଷା କରାଯିବ ଏବଂ ଅନ୍ୟ ସମସ୍ତଙ୍କ ପାଇଁ ରାପିଡ୍‍ ଆଣ୍ଟିଜେନ୍‍ ଟେଷ୍ଟ କରାଯିବ। ଯେଉଁମାନଙ୍କର କୋଭିଡ୍‍ ରିପୋର୍ଟ ନେଗେଟିଭ୍‍ ଆସିବ କେବଳ ସେମାନଙ୍କୁ ହିଁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ ପାଇଁ ଅନୁମତି ଦିଆଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।


ଉତ୍କଳ ବିଶ୍ୱବିଦ୍ୟାଳୟ ରାଜ୍ୟର ପ୍ରାଚୀନତମ ବିଶ୍ୱବିଦ୍ୟାଳୟ। ଏହା ଓଡ଼ିଶ।।ର ଗର୍ବ ଓ ଗୌରବ। ନିକଟକରେ ଏହା ଏନ୍‍ଆଇଆର୍‍ଏଫ୍‍ ର୍ୟାଙ୍କିଂରେ ୯୬ତମ ସ୍ଥାନ ପାଇଛି। ଶିକ୍ଷାର ସୁବ୍ୟବସ୍ଥା, ଅଧ୍ୟୟନର ଅନୁକୂଳ ପରିବେଶ, ଉଚ୍ଚତର ଗବେଷଣା ଲାଗି ଉପଯୁକ୍ତ କ୍ଷେତ୍ର ଅନୁଧ୍ୟାନ ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ନାକ୍‍ ଏ+ ମାନ୍ୟତା ମିଳିଛି। ଓଡ଼ିଶାରେ ନାକ୍‍ ଏ+ ମାନ୍ୟତା ପାଇବାରେ ଉତ୍କଳ ପ୍ରଥମ ବିଶ୍ୱବିଦ୍ୟାଳୟ ହୋଇଥିବାବେଳେ ଦେଶରେ ଷ୍ଟେଟ୍‍ ପବ୍ଲିକ ବିଶ୍ୱବିଦ୍ୟାଳୟମାନଙ୍କ ମଧ୍ୟରେ ତୃତୀୟ ସ୍ଥାନ ଅଧିକାର କରିଛି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories