www.samajalive.in
Saturday, December 6, 2025
23.1 C
Bhubaneswar

ଡିସେମ୍ବର ୨୧ ଓ ୨୨ରେ ଉତ୍କଳ ବିଶ୍ୱବିଦ୍ୟାଳୟ ‘ୟୁନିଭର୍ସିଟି ହାଇସ୍କୁଲ’ର ହୀରକ ଜୟନ୍ତୀ ସମାରୋହ

ଭୁବନେଶ୍ୱର: ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ‘ୟୁନିଭର୍ସିଟି ହାଇସ୍କୁଲ’ର ହୀରକ ଜୟନ୍ତୀ ସମାରୋହ ଡିସେମ୍ବର ୨୧ ଓ ୨୨ ଦୁଇଦିନ ବ୍ୟାପୀ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ୟୁନିଭର୍ସିଟି ହାଇସ୍କୁଲର ଔପଚାରିକ ଭାବେ ହୀରକ ଜୟନ୍ତୀ ସମାରୋହ ଉଦଘାଟିତ ହୋଇଯାଇଛି। ଉଦଘାଟନ ଉତ୍ସବରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।

ଏହି ଅବସରରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରଫେସର ଆଚାର୍ଯ୍ୟ ସଂଗଠନର ସମସ୍ତ କର୍ମକର୍ତ୍ତା ଓ ସଭ୍ୟସଭ୍ୟାମାନଙ୍କୁ ସେମାନଙ୍କର ବିଦ୍ୟାଳୟ ପ୍ରତି ଥିବା ଉତ୍ତମ ମନୋଭାବକୁ ଉଚ୍ଚ ପ୍ରଶଂସା କରିଥିଲେ। ଡିସେମ୍ବର ୨୧ ଓ ୨୨ ଦୁଇଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ‘ୟୁନିଭର୍ସିଟି ହାଇସ୍କୁଲ’ର ହୀରକ ଜୟନ୍ତୀ ଉତ୍ସବ ପାଳନ ଅବସରରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯିବ ଏବଂ ଆନ୍ତଃବିଦ୍ୟାଳୟ ମେଧା ଅନ୍ୱେଷଣ ପ୍ରତିଯୋଗିତା, ବିଜ୍ଞାନ ମେଳା, ମଶାଲ ଶୋଭାଯାତ୍ରା ଓ ସାଇକଲ ରାଲି ପ୍ରଭୃତି କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ ବୋଲି ସେ ସୂଚନା ଦେଇଥିଲେ।

- Advertisement -

ୟୁନିଭର୍ସିଟି ହାଇସ୍କୁଲ ବାଣୀବିହାର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ସଭାପତି ଦୀପକ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ସନ୍ତୋଷ କୁମାର ମହାପାତ୍ର ସଂଗଠନର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।

ଉତ୍ସବରେ ବିତ୍ତ ନିୟନ୍ତ୍ରକ ଗୌତମ ପ୍ରଧାନ, ବଜେଟ ଅଫିସର ସତ୍ୟପ୍ରିୟା ମାରାଣ୍ଡି ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories