www.samajalive.in
Sunday, December 14, 2025
15.1 C
Bhubaneswar

ଉତ୍କଳ ବିଶ୍ବବିଦ୍ୟାଳୟ ଆନ୍ତଃମହାବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଗୁରୁଡିଝାଟିଆ ଏସଏସଡି କଲେଜ ଚାମ୍ପିୟନ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନରେ ଦୁଇ ଦିନ ଧରି ଜଟଣୀ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ଉତ୍କଳ ବିଶ୍ୱବିଦ୍ୟାଳୟ ଆନ୍ତଃମହାବିଦ୍ୟାଳୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ କଟକ ଗୁରୁଦିଝାଡ଼ିଆର ଏସଏସଡି ମହାବିଦ୍ୟାଳୟ ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟକୁ ୪-୦ ଗୋଲରେ ପରାସ୍ତ କରି ଚଳିତ ବର୍ଷର ଚାମ୍ପିୟନ ହୋଇଛି।

ବିଭିନ୍ନ ଜୋନରୁ ଆସିଥିବା ୮ଟି ଦଳକୁ ନେଇ ଚାଲିଥିବା ଏହି ଫାଇନାଲ ଜୋନ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ସେମି ଫାଇନାଲ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ଭୁବନେଶ୍ୱର ଶାରୀରିକ ଶିକ୍ଷା ମହାବିଦ୍ୟାଳୟକୁ ୨-୧ ଗୋଲରେ ପରାସ୍ତ କରିଥିଲା। ଦ୍ୱିତୀୟ ମ୍ୟାଚରେ ଗୁରୁଡିଝାଟିଆ ମହାବିଦ୍ୟାଳୟ ଉଦୟନାଥ ମହାବିଦ୍ୟାଳୟକୁ ୩-୧ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଆଜିର ଏହି ଉଦଯାପନୀ ଉତ୍ସବରେ ଉତ୍କଳ ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟ ଓ ଜଟଣୀ ମହାବିଦ୍ୟାଳୟ ଅଧକ୍ଷ ଡ଼ ରାଜୀବ କର ଯଥାକ୍ରମେ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ ଏବଂ ବିଜେତା ଓ ଉପ ବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନା କରିଥିଲେ କ୍ରୀଡ଼ାପରିଷଦ ନିର୍ଦେଶକ ବିଜୟ କୁମାର ସୁନ୍ଦରାୟ ଓ ଧନ୍ୟବାଦ ଅର୍ପଣ କରିଥିଲେ କୀର୍ତ୍ତିରଞ୍ଜନ ମଲ୍ଲିକ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories