www.samajalive.in
Sunday, December 7, 2025
14.1 C
Bhubaneswar

ଉତ୍କଳ ବିଶ୍ବବିଦ୍ୟାଳୟରେ ‘ନୂଆ-ଓ’ କାର୍ଯ୍ୟକ୍ରମ, ଆୟୋଜିତ ହେବ ସାଂସ୍କୃତିକ, ସାମାଜିକ ଓ କ୍ରୀଡ଼ା ପ୍ରତିଯୋଗିତା

ଓଡ଼ିଶାର ଯୁବପିଢ଼ି ମାନଙ୍କୁ ସଂଗଠିତ କରିବା ଏବଂ ସେମାନଙ୍କ ସଶକ୍ତିକରଣ ଦିଗରେ ଓଡ଼ିଶା ସରକାରଙ୍କ ଦ୍ବାରା ନିଆଯାଇଥିବା ‘ନୂତନ ଉନ୍ନତ ଅଭିଳାଶ ଓଡ଼ିଶା ବା ନୂଆ-ଓ’ ଯୁବ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଶୁକ୍ରବାର ଉତ୍କଳ ବିଶ୍ବବିଦ୍ୟାଳୟରେ ଆରମ୍ଭ ହେବାକୁ ଯାଉଛି ସାଂସ୍କୃତିକ, ସାମାଜିକ ଓ କ୍ରୀଡ଼ା ପ୍ରତିଯୋଗିତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ରାଜ୍ୟସରକାରଙ୍କ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ସ୍ୱରୂପ ବିଶ୍ବବିଦ୍ୟାଳୟ ପକ୍ଷରୁ ଚଳିତ ଡିସେମ୍ବର ୧୫ ରୁ ଆସନ୍ତା ଡିସେମ୍ବର ୨୦ ପର୍ଯ୍ୟନ୍ତ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହେବ।

ଏହି ଅବସରରେ ଓଡ଼ିଆ ଓ ଇଂରାଜୀ ବକ୍ତୃତା, ଚିତ୍ରକଳା, ଯୋଗ, ସଡ଼କ ନିରାପତ୍ତା କ୍ଷୁଦ୍ର ସଚେତନତା ନାଟକ, ନିଶାନିବାରଣ ସଚେତନତା ଅଭିଯାନ, ଫୁଟବଲ, ଭଲିବଲ, ଚେସ, ବ୍ୟାଡମିଣ୍ଟନ, କ୍ୟାରମ, ଝୋଟି, ସଙ୍ଗୀତ, ନୃତ୍ୟ, ଏକକ ଅଭିନୟ ସହିତ ୧୦୦, ୨୦୦ ଓ ୪୦୦ ମିଟର ପ୍ରତିଯୋଗିତା ସାଙ୍ଗକୁ ଉଚ୍ଚ ଡିଆଁ, ଲମ୍ବ ଡିଆଁ, ସଟଫୁଟ ଥ୍ରୋ, ଜାଭେଲିନ ଥ୍ରୋ, ଡିସକସ ଥ୍ରୋ ଓ ଟଗ ୱାର ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହାସହିତ ଭାରତରେ ବିଜ୍ଞାନର ଅଗ୍ରଗତି ସମ୍ପର୍କରେ ପ୍ରେରଣାଦାୟୀ ଅଭିଭାଷଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ରାଜ୍ୟ ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶିତ କରିପାରିବେ ଏବଂ ସେମାନଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆସିପାରିବ ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories