www.samajalive.in
Saturday, December 13, 2025
18.1 C
Bhubaneswar

ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ବିଶିଷ୍ଟ ଭାଷାବିତ୍ ଗିରିଜାଶଙ୍କର ରାୟଙ୍କ ଜୟନ୍ତୀ ସମାରୋହ

ଭୁବନେଶ୍ୱର : ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ଆଜି ବିଶିଷ୍ଟ ଭାଷାବିତ୍ ଗିରିଜାଶଙ୍କର ରାୟଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶିଷ୍ଟ ସାହିତ୍ୟିକ ତଥା ଗବେଷକ ପ୍ରଫେସର ଡ. ଅରବିନ୍ଦ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ ଭାଷାବିତ୍‌ ଗିରିଜାଶଙ୍କରଙ୍କ କାଳଜୟୀ ରଚନା ସଂମ୍ପର୍କରେ ସବିସ୍ତୃତ ଆଲୋଚନା କରିଥିଲେ।

ବିଶିଷ୍ଟ କବି ଓ ସୁସାହିତ୍ୟକ ଡ. ବାସୁଦେବ ସୁନାନୀ ସମ୍ମାନିତ ବକ୍ତା ଭାବେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ନାଟକ କ୍ଷେତ୍ରରେ ଗିରିଜାଶଙ୍କରଙ୍କ ଜୀବନବ୍ୟାପୀ ସାଧନା ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଗତି କ୍ଷେତ୍ରରେ କରାଯାଉଥିବା କାର୍ଯ୍ୟ ଗିରିଜା ଶଙ୍କରଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳୀ ହେବବୋଲି ସେ ମତବ୍ୟକ୍ତ କରିଥିଲେ।

- Advertisement -

ଡ. ଫଣୀନ୍ଦ୍ର ଭୂଷଣ ନନ୍ଦ ଏବଂ ପ୍ରଫେସର ପ୍ରେମାନନ୍ଦ ମହାନ୍ତି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ନିଜର ଅଭିଭାଷଣରେ କୁଳପତି ଶ୍ରୀ ସ୍ୱାଇଁ ଭାଷାବିତ୍‌ ଗିରିଜା ଶଙ୍କରଙ୍କ ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ଥିବା ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।

କୁଳସଚିବ ଅନାମିକା ଅଧିକାରୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସହକାରୀ ପ୍ରଫେସର ଡ. ଆଶିଷ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଡ. ଜ୍ଞାନ ରଞ୍ଜନ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଆଜିର କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ ଆଦି ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ସମସ୍ତ ବିଭାଗର ଅଧ୍ୟାପକ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories