www.samajalive.in
Monday, December 8, 2025
14.1 C
Bhubaneswar

ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଆଜି ୮୭ତମ ଉତ୍କଳ ଦିବସ । ବିଭିନ୍ନ ସ୍ଥାନରେ ପାଳନ ହେଉଛି ଉତ୍କଳ ଦିବସ। ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,ରାଷ୍ଟ୍ରପତି ରାମନାଥ କୋବିନ୍ଦ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି,ଓଡିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡିଆ ଜାତିର ସ୍ୱାଭିମାନକୁ ବଜାୟ ରଖିବା ସହ ଓଡିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।


ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ ବାର୍ତ୍ତା ଯୋଗେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ମହାନ ପୁରୋଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଉତ୍କଳ ଦିବସ ଅବସରରେ ବିଧାନ ସଭା ଭବନ, ସମ୍ମୁଖକୁ, କମିଶନରେଟ୍‍ ପୁଲିସ କାର୍ଯ୍ୟାଳୟ,ଏଜି ଅଫିସ୍‍ ଭଳି ଅନେକ ସ୍ଥାନକୁ ରଙ୍ଗବେରଙ୍ଗ ଆଲୋକରେ ସଜା ଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories