www.samajalive.in
Monday, December 15, 2025
17.1 C
Bhubaneswar

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାପିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଚ୍ୟୁତପୁରପାଟଣାସ୍ଥିତ ଦାଶରଥି ମହାପାତ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଦୈନିକ ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି।
ଉଦ୍‌ଘାଟକ ପ୍ରଧାନ ଶିକ୍ଷକ ବ୍ରଜବନ୍ଧୁ କର ଗୋପବନ୍ଧୁଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋକପାତ କରି ପ୍ରତିମୂର୍ତ୍ତି ପ୍ରଦାନ କରିଥିବା ଲୋକସେବକ ମଣ୍ଡଳ ଓ ‘ସମାଜ’ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇ ଥିଲେ। ଏହି ଉତ୍ସବରେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ବାସନ୍ତୀ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ସମାଜସେବୀ ଟଙ୍କଧର ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ସିଂ, ପୁରାତନ ଛାତ୍ର ସଂସଦ ସଭାପତି ନୀଳାଦ୍ରି କୁମାର ସିଂ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ବିଦ୍ୟାଳୟରେ ଏକ ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶିକ୍ଷକ ବିନୋଦ ବିହାରୀ ସାହୁ, ବସନ୍ତ କୁମାର ଦାଶ, ଦିଲୀପ କୁମାର ପଟ୍ଟନାୟକ, ମୃତ୍ୟୁଞ୍ଜୟ ଜୟସିଂହ ପ୍ରମୁଖ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories