www.samajalive.in
Monday, December 15, 2025
17.1 C
Bhubaneswar

ଆଗାମୀ ଯୁବପୀଢ଼ି ପାଇଁ ଆଦର୍ଶ ହେବ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନ

ଭୁବନେଶ୍ବର: ଓଡ଼ିଆ ଜାତିର ମହାନ ଜନ ନାୟକ ଦେଶ ଭକ୍ତ, ତ୍ୟାଗ ଓ ସେବାରମୁକ୍ତିମନ୍ତ ପ୍ରତୀକ ତଥା ‘ସମାଜ’ର ପ୍ରତିଷ୍ଠାତା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦାସଙ୍କ ୧୪୬ତମ ଜୟନ୍ତୀ ପାଳିତ ହୋଇଯାଇଛି। ଓଡ଼ିଆ ସାହିତ୍ୟ ଓ ସେବା କ୍ଷେତ୍ରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଅବଦାନ ଆମମାନଙ୍କ ପାଇଁ ଚିରଅବିସ୍ମରଣୀୟ ହୋଇ ରହିବ ବୋଲି ମତବ୍ୟକ୍ତ କରିବା ସହ ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ। ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି। ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳରମଣି ନଥିଲେ ବାସ୍ତବରେ ସେ ଥିଲେ ଭାରତରମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ। ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସ ଥିଲେ ତ୍ୟାଗ ଓ ସେବାର ପ୍ରତୀକ। ଆଜିର ଯୁବ ସମାଜ ଉତ୍କଳମଣିଙ୍କର ତ୍ୟାଗମୟ ଜୀବନୀ ସଂପର୍କରେ ଅବଗତ ହେବା ସହ ସମସ୍ତେ ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହେବା ଆବଶ୍ୟକ। ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନ ଆଗାମୀ ଯୁବ ପିଢୀ ପାଇଁ ଆଦର୍ଶ ହେବ ବୋଲି ବକ୍ତାମାନେ ପ୍ରକାଶ କରିଛନ୍ତି।

- Advertisement -

ଆଜି ସକାଳେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ବରିଷ୍ଠ ଅଧିକାରୀ ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକ ଓ କର୍ମକତ୍ତା, ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି କେ୯ବି ରେସିଡେନ୍ସ ୱେଲଫେୟାର ଆସୋସିଏସନ, ଏଆଇଡିଏସଓ, ଗୋପବନ୍ଧୁ ନଗରର ଗୋପବନ୍ଧୁ ପରିବାର, ଭୁବନେଶ୍ୱର ମଧ୍ୟମ ନିର୍ବାଚନ ମଣ୍ଡଳୀ ଆଦି ସଂଗଠନର କର୍ମକର୍ତ୍ତା ଓ ଅଧିକାରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉତ୍ସବ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories