www.samajalive.in
Friday, December 12, 2025
16.1 C
Bhubaneswar

ବାସଭବନରେ ଉତ୍ତମଙ୍କ ପାର୍ଥିବ ଶରୀର; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ଵର ଜଗନ୍ନାଥ ବିହାରସ୍ଥିତ ଅଭିନେତାଙ୍କ ବାସଭବନରେ ତାଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

- Advertisement -

ଏଥିସହ ତାଙ୍କ ପରିବାରବର୍ଗଙ୍କୁ ଭେଟି ସେ ସମବେଦନା ଜଣାଇଛନ୍ତି। ଏହି ସମୟରେ ଗଣମାଧ୍ୟମ ସମ୍ମୁଖରେ ଉତ୍ତମଙ୍କ ସହ ତାଙ୍କର କିଛି ଅନୁଭୂତି ବଖାଣି ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସୂଚନାଯୋଗ୍ୟ, କିଛି ସମୟ ପୂର୍ବରୁ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଥିଲା। ଉତ୍ତମଙ୍କ ମରଶରୀର ଆଣିଥିବା ବିମାନ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଏହାପରେ ମରଶରୀରକୁ ଜଗନ୍ନାଥ ବିହାରସ୍ଥିତ ବାସଭବନକୁ ନିଆଯାଇଛି। ଶେଷ ଦର୍ଶନ ପରେ ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories