www.samajalive.in
Saturday, December 6, 2025
23.1 C
Bhubaneswar

କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର; ୨ ଶିଶୁ ସମେତ ୬ ମୃତ

ଲଖନଉ : ଉତ୍ତରପ୍ରଦେଶର ବାରାବଙ୍କୀ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଆଜି ଖବର ମିଳିଛି। ଭୋର ୩ଟା ସମୟରେ ଅଯୋଧ୍ୟା-ଲଖନଉ ହାଇୱେରେ ରାମସନେହୀଘାଟ କୋତବାଲୀର ନାରାୟଣପୁର ନିକଟରେ କାର ଓ କଣ୍ଟେନର ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ରହିଛନ୍ତି ବୋଲି ଖବର ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନା ଯୋଗ୍ୟ, ଗୁଜରାଟର ସୁରଟରୁ ଆସୁଥିବା ଏକ କାରରେ ଉକ୍ତ ଜଣଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେମାନେଅଯେ।।ଧ୍ୟା ଜିଲାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ହାଇୱେରେ ଠିଆ ହୋଇଥିବା କଣ୍ଟେନରକୁ ପଛ ପଟୁ କାରଟି ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଖୁବ ଜୋରରେ ହୋଇଥିବାରୁ କାରର ଅଧିକାଂଶ ଅଂଶ କ୍ଷତିଗ୍ରସ୍ତ ହୋଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories