www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି

ଡେରାଡୁନ: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି। ରବିବାର ଡେରାଡୁନ ସ୍ଥିତ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଶପଥ ସମାରୋହ ପୂର୍ବରୁ ଧାମିଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାୱତ ଏବଂ ତିରଥ ସିଂହ ରାୱତ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଖାତିମା ବିଧାନସଭାରୁ ପୁଷ୍କର ସିଂହ ଧାମି ଦୁଇଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ଧାମି ରାଜ୍ୟର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ ସମାରୋହରେ ଉତ୍ତରାଖଣ୍ଡ ସରକାରଙ୍କ ସମସ୍ତ କ୍ୟାବିନେଟ ମନ୍ତ୍ରୀ ଏବଂ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।

- Advertisement -

ସୂଚନାଯୋଗ୍ୟ, ତୀରଥ ସିଂହ ରାୱତଙ୍କ ସ୍ଥାନରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତୀରଥ ସିଂହ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories