www.samajalive.in
Sunday, December 7, 2025
14.1 C
Bhubaneswar

ଖାଇକୁ ବସ୍‌ ଖସିବା ଘଟଣା; ମୃତ୍ୟୁ ସଂଖ୍ୟା ୩୮

ଡେରାଡୁନ୍‌ : ଉତ୍ତରାଖଣ୍ଡର ଅଲମୋରାରେ ସୋମବାର ସକାଳେ ଖାଇକୁ ଯାତ୍ରୀବାହୀ ବସ୍‌ ଖସି ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୩୮ରେ ପହଞ୍ଚିଛି। ଗୁରୁତର ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ସୂଚନାନୁଯାୟୀ, ଉତ୍ତରାଖଣ୍ଡର ଅଲମୋରା କୁପିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିଲା। ଏକ ଯାତ୍ରୀବାହୀ ବସ୍‌ ଖାଇକୁ ଖସି ପ୍ରଥମେ ଏଥିରେ ୧୫ରୁ ଯାତ୍ରୀ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। ବସ୍‌ରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ଦୁର୍ଘଟଣା ମାର୍ଚୁଲା ନିକଟରେ ଘଟିଛି । ବସ୍‌ଟି ପୌରୀରୁ ରାମନଗର ଆଡକୁ ଆସୁଥିଲା । ଖବର ପାଇ ନୈନିତାଲ ଜିଲାର ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଥିବା ସ୍ଥାନଟି ଏକ ପାହାଡିଆ ସ୍ଥାନ ହୋଇଥିବା ବେଳେ ସେଠାରେ ଏକ ଛୋଟ ନଦୀ ମଧ୍ୟ ରହିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ଏଥିପାଇଁ ଶୋଇଥିବା ଅବସ୍ଥାରେ ସାଙ୍ଗକୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା କଲା ସାଙ୍ଗ..

- Advertisement -

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories