www.samajalive.in
Monday, December 8, 2025
20.1 C
Bhubaneswar

ଡମ୍ଫର ଧକ୍କା​‌ରେ ୬ କାଉଡିଆଙ୍କ ମୃତ୍ୟୁ; ୨ଜଣ ଗୁରୁତର

ଉତ୍ତରପ୍ରଦେଶ: ହାଥରସର ସାଦାବାଦ ରାସ୍ତାରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏକ ଡମ୍ଫର ଧକ୍କା​‌ରେ ୬ଜଣ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ କାଉଡିଆଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଉଦ୍ଧାର କରାଯିବା ପରେ ଉଭୟଙ୍କୁ ଚିକିତ୍ସା ପାଇଁ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ କାଉଡିଆ ମାନେ ଗଙ୍ଗାଜଳ ନେଇ ହରିଦ୍ୱାରରୁ ଗାଲିୟର ଯାଉଥିବା ବେଳେ ଏକ ଡମ୍ଫର ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳ​‌ରେ ୬ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୨ଜଣ ଦୁର୍ଘଟଣାରେ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଏହି ଦୁର୍ଘଟଣା ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଘଟିଥିବା କୁହାଯାଉଛି। ଏନେଇ ଆଗ୍ରାର ଏଡିଜି ରାଜୀବ କୃଷ୍ଣ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଦୁର୍ଘଟଣା ଘଟାଇଥିବା ଡମ୍ଫର ଡ୍ରାଭର ବିଷୟରେ ଆମକୁ ସୂଚନା ମିଳିଛି । ଖୁବଶୀଘ୍ର ତାକୁ ଗିରଫ କରାଯିବ ।

 

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories