www.samajalive.in
Saturday, December 6, 2025
14.1 C
Bhubaneswar

ହୋଟେଲରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲେ ୨ ଜଣ    

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହଜରତଗଞ୍ଜ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଆଜି ପୂର୍ବାହ୍ନରେ ହଜରତଗଞ୍ଜ ଅଞ୍ଚଳରେ ଥିବା ଏକ ହୋଟେଲରେ ନିଆଁ ଲାଗି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ପ୍ରବଳ ଧୂଆଁ ଭିତରେ ଅନେକ ଲୋକ ଫସିରହିଥିବା ଅନୁମାନ କରାଯାଉଛି । ସୂଚନା ମୁତାବକ ଆଜି ସକାଳ ସାଢ଼େ ୭ଟା ସମୟରେ ହଜରତଗଞ୍ଜର ସୁଲତାନଗଞ୍ଜ ଅଞ୍ଚଳରେ ଥିବା ଏକ ହୋଟେଲରେ ନିଆଁ ଲାଗିଯାଇଥିଲା ।

ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିବା ସହ ଫସିରହିଥିବା ଲୋକମାନଙ୍କୁ ଉଦ୍ଧାର କରିଥିଲା । ଉଦ୍ଧାର କରାଯାଇଥିବା ଗୁରୁତର ଓ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ହୋଟେଲ ଭିତରୁ ୨୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ୧୫ଟି ଗାଡ଼ି ନିୟୋଜିତ ହୋଇଛନ୍ତି । ୬ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଛି ।

- Advertisement -

ହେଟେଲରେ ମୋଟ୍‌ ୩୦ଟି କୋଠରି ରହିଛି । ୧୮ଟି ରୁମରେ ମୋଟ୍‌ ୩୦ରୁ ୩୫ଜଣ ରହିଥିବା ଜଣାପଡ଼ିଛି । ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପ୍ରତିକ୍ରିୟା ରଖିଛନ୍ତି । ଗୁରୁତର ଓ ଆହତ ଲୋକଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦେଶ ଦେଇଛନ୍ତି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଜିଲ୍ଲା ଅଧିକାରୀ ମାନଙ୍କୁ କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories