www.samajalive.in
Saturday, December 6, 2025
16.1 C
Bhubaneswar

କନୌଜ ସଡ଼କ ଦୁର୍ଘଟଣା : ପ୍ରଧାନମନ୍ତ୍ରୀଙ୍କ ସମେତ ରାଜନେତାଙ୍କ ଗଭୀର ଶୋକ

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ହୋଇଥିବା ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୨୫ ଜଣ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାହୁଲ ଗାନ୍ଧୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ ଶନିବାର ସକାଳେ ଟୁଇଟ୍‍ କରି କହିଛନ୍ତି, ଉତ୍ତର ପ୍ରଦେଶର କନୌଜରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଭୀର ଦୁଃଖ ଆଣି ଦେଇଛି। ଏଥିରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଛି। ମୁଁ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ଭଲ ହୋଇଯିବାକୁ କାମନା କରୁଛି।
ରାହୁଲ ଗାନ୍ଧୀ ଟୁଇଟ୍‍ କରି କହିଛନ୍ତି, କନୌଜ ଦୁର୍ଘଟଣାରେ ୨୦ ଜଣଙ୍କର ମୃତ୍ୟୁ ଓ ଅନେକ ଲୋକଙ୍କ ଆହତ ଖବରରେ ମୁଁ ଅତ୍ୟନ୍ତ ମର୍ମାହତ। ମୃତକଙ୍କ ପରିଜନ ପ୍ରତି ମୁଁ ଗଭୀର ସମବେଦନା ବ୍ୟକ୍ତ କରୁଛି।ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବାକୁ କାମନା କରୁଛି।
ଏହି ମର୍ମନ୍ତୁଦ ଦୁର୍ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସରକାରଙ୍କ ତରଫରୁ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଓ ମୃତକଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ, ଉତ୍ତର ପ୍ରଦେଶର କନୌଜରେ ଶୁକ୍ରବାର ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଦିଲ୍ଲୀ-କାନପୁର ଜେଟି ରୋଡ଼ରେ ଗୁରସହାୟଗଞ୍ଜରୁ ଜୟପୁର ଯାଉଥିବା ଏକ ଡ଼ବଲ ଡ଼େକର ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇ ବସଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା। ବସରେ ଥିବା ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିବା ବେଳେ ୨୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଏହାସହ ୨୫ ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories