www.samajalive.in
Sunday, December 7, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ୫ ମୃତ

ଲଖନଉ : ଉତ୍ତରପ୍ରଦେଶର ଶାହାଜାହାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେହରାମଉ ଦକ୍ଷିଣ ଥାନା ଅନ୍ତର୍ଗତ ଦିଲାବରପୁର ଗାଁ ନିକଟରେ ହରଦୋଇ- ଶାହାଜାହାନପୁରରେ ହାଇୱେରେ ଶୁକ୍ରବାର ସକାଳେ ୫ଟାରେ ଏକ ଅଜଣା ଗାଡି ଏକ ବାଇକ୍‌‌କୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବାଇକରେ ଯାଉଥିବା ଦମ୍ପତିଙ୍କ ସହ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ଏକ ଶିଶୁ ଆହତ ହୋଇଛନ୍ତି। ସମସ୍ତେ ଏକ ବାଇକ୍‌‌ରେ ଯାଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସଭିଏଁ ହରଦୋଇର ଶାହାବାଦରୁ ଘରକୁ ଫେରୁଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories