www.samajalive.in
Sunday, December 14, 2025
18.1 C
Bhubaneswar

ଉତ୍କଳକୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଦିଆଯିବ ପ୍ରସ୍ତାବ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମାନ୍ୟତା ଦେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ପ୍ରୟାସକୁ ‘ଉତ୍କଳ ପୁରାତନ ଓ ନୂତନ ଛାତ୍ର ସଂଘ’ ପକ୍ଷରୁ କୃତଜ୍ଞତା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଦସ୍ତଖତ ଅଭିଯାନ କରିଥିଲେ। ପୁରାତନ ଓ ବର୍ତ୍ତମାନର ବିଦ୍ୟାର୍ଥୀ ସମ୍ମିଳିତ ଭାବେ ଆଗାମୀ ଦିନ‌େ‌ର ଉତ୍କଳକୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ଦିଗ‌େ‌ର ପ୍ରୟାସ କରିବେ ବୋଲି ବିଦ୍ୟାର୍ଥୀ ମତପୋଷଣ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ତଥା ପୁରାତନ ବିଦ୍ୟାର୍ଥୀ ଭାବେ ଶ୍ରୀ ପ୍ରଧାନଙ୍କ ଏଭଳି ପ୍ରୟାସ ପାଇଁ ସଂଘ ପକ୍ଷରୁ ଧନ୍ୟବାଦ ଦିଆଯାଇଛି।

ଆଗାମୀ ଦିନରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମାନ୍ୟତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସଙ୍ଗଠନ ପକ୍ଷରୁ ପ୍ରସ୍ତାବ ଦିଆଯିବ ବୋଲି ମାନସ ସାହୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ରତନ ଦିଗଲ, ସୁବ୍ରତ ବିଶ୍ବାଳ, ଜ୍ୟୋତିରଞ୍ଜନ ସାହୁ, ରାଜେଶ ପରିଡ଼ା, ସୁଧାଂଶୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଉତ୍କଳ ବିଶ୍ବବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରିବାକୁ କିଛି ଦିନ ପୂର୍ବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories