www.samajalive.in
Tuesday, December 9, 2025
15.1 C
Bhubaneswar

ପିକନିକ ହେଲା କାଳ, ହ୍ରଦରେ ଡଙ୍ଗା ଓଲଟି ୧୪ ମୃତ

ଗୁଜରାଟ: ଗୁଜରାଟ ଭଡ଼ୋଦରାରେ ହର୍ଣ୍ଣି ହ୍ରଦରେ ଡଙ୍ଗା ଓଲଟି ୧୪ଜଣ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୨ ଛାତ୍ରଛାତ୍ରୀ ଓ ୨ ଶିକ୍ଷକ ଥିବା ସୂଚନା ମିଳିଛି। ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ ନିଖୋଜ ଥିବାବେଳେ ତଲାସ କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି। ଆଜି ୨୭ଜଣ ଛାତ୍ରଛାତ୍ରୀମାନେ ପିକନିକ ଯାଇଥିବାବେଳେ ହର୍ଣ୍ଣି ହ୍ରଦରେ ଡଙ୍ଗା ଓଲଟି ଯାଇଥିଲା। ଡଙ୍ଗାରେ ଯାତ୍ରା କରୁଥିବା କୌଣସି ଛାତ୍ରଛାତ୍ରୀ କିମ୍ବା ଶିକ୍ଷକ ଲାଇଭ ଜାକେଟ ପିନ୍ଧିନଥିଲେ। ଡଙ୍ଗା ଓଲଟି ପଡ଼ିବା ଖବର ବିଜୁଳି ବେଗରେ ବ୍ୟାପୀ ଯିବା ପରେ ଅଗ୍ନିଶମ ବାହିନୀ ଓ ଉଦ୍ଦାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବୀତ କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଥିବାବେଳେ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। “ଭଦୋଦରାସ୍ଥିତ ହର୍ନି ହ୍ରଦରେ ଏକ ଡଙ୍ଗା ବୁଡ଼ିଯିବା କାରଣରୁ ପ୍ରାଣ ହରାଇବାରୁ ମୁଁ ଦୁଃଖିତ। ଏହି ଦୁଃଖ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହ ମୋର ଚିନ୍ତାଧାରା ରହିଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ଏବଂ ସେମାନଙ୍କ ଚିକିତ୍ସା ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ। ପ୍ରତ୍ୟେକ ମୃତକଙ୍କ ପରବର୍ତ୍ତୀ ସମ୍ପର୍କୀୟଙ୍କୁ PMNRFରୁ ଦୁଇ ଲକ୍ଷ ଟଙ୍କା ମୂଲ୍ୟର ଏକ ଏକ୍ସ-ଗ୍ରାଟିଆ ଦିଆଯିବ। ଏହାସହିତ ଆହତ ମାନଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories