www.samajalive.in
Sunday, December 14, 2025
16.1 C
Bhubaneswar

ଫୁଲବାଣୀ କେନ୍ଦ୍ରୀୟ ବିଦ୍ୟାଳୟରେ ବନ ମହୋତ୍ସବ

ଫୁଲବାଣୀ: ଫୁଲବାଣୀ ବନଖଣ୍ଡ ପକ୍ଷରୁ ସ୍ଥାନୀୟ ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ୭୫ ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ନରେଶ ଜିନାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ କନ୍ଧମାଳ ଜିଲାପାଳ ଆଶିଷ୍‌ ଇଶ୍ୱର ପାଟିଲ‌, ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ୍‌, ମୁଖ୍ୟ ଚିକିତ୍ସାଧିକାରୀ ମନୋଜ କୁମାର ଉପାଧ୍ୟାୟ, ଏସିଏଫ୍‌ ମଳୟ କାଲୋ, ବନାଞ୍ଚଳ ଅଧିକାରୀ ଶିବରାମ ଲେଙ୍କା ପ୍ରମୁଖ ଯେଗଦେଇ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବନ ବିଭାଗ ପକ୍ଷରୁ ବୃକ୍ଷରୋପଣ ସହ ପରିବେଶ ସୁରକ୍ଷା ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ସଚେତନତା ରଥକୁ ମୁଖ୍ୟଅତିଥି ସବୁଜ ପତକା ଦେଖାଇ ଉଦଘାଟନ କରିଥିଲେ । ସେହିପରି ଲୋକଙ୍କୁ ସୁବିଧାରେ ଓ ସୁଲଭ ମୂଲ୍ୟରେ ମାତ୍ର ୧ ଟଙ୍କାରେ ଚାରା ଯୋଗାଇ ଦିଆଯିବା ଲାଗି ବନାଞ୍ଚଳ କାର୍ଯ୍ୟାଳୟ ସମ୍ମୁଖରେ ଏକ ଚାରା ବିକ୍ରୟ କେନ୍ଦ୍ରର ଶୁଭାରମ୍ଭ ହୋଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବନପାଳ ସରୋଜ ମିଶ୍ରଙ୍କ ସମେତ ବନ ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories