www.samajalive.in
Sunday, December 7, 2025
18.1 C
Bhubaneswar

ଟ୍ରକକୁ ଧକ୍କା ଦେଲା କାର୍‌‌ ; ୮ ମୃତ

ବାରାଣସୀ: ବାରାଣସୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ବୁଧବାର ଖବର ମିଳିଛି। ବାରାଣସୀର ସୁରହୀ ଗାଁରେ କାର୍‌‌ ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ପ୍ରାୟ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏକ ୪ ବର୍ଷର ଶିଶୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତ ହୋଇଛନ୍ତି। ସମସ୍ତ ମୃତକ ପିଲିଭୀତର ବାସିନ୍ଦା ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ସଭିଏଁ ବାରାଣସୀ ଦର୍ଶନ ଓ ପୂଜା ପାଇଁ ଆସି ଘରକୁ ଫେରିବା ବାଟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଧିକାରୀ,ଉଦ୍ଧାରକାରୀ ଦଳ ଓ ପୁଲିସ ପହଞ୍ଚି ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।
ବାରାଣସୀ-ଲଖନଉ ରାଜରାସ୍ତାରେ ସୁରହୀ ଗାଁରେ ଦ୍ରୁତ ଗତିରେ ଯାଉଥିବା ଏହି କାର୍‌‌ଟି ଆଗରେ ଯାଉଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଭୋର ୪ଟାରେ ଘଟିଛି। ସ୍ଥାନୀୟ ଲୋକେ ଦୁର୍ଘଟଣା ବିଷୟରେ ଖବର ଦେଇଥିଲେ।
ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିଥ୍ୟନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନର ଅଧିକାରୀଙ୍କୁ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories