www.samajalive.in
Wednesday, December 10, 2025
16.1 C
Bhubaneswar

ସାଇନ-ଏ-ଡାଏ ହେବ ନାହିଁ; ରେଭେନ୍ସା କୁଳପତି

କଟକ: କେତେକ ବିଶୃଙ୍ଖଳିତ ଛାତ୍ରଙ୍କ ଆଚରଣ ପାଇଁ ରେଭେନ୍ସାରେ ଅପ୍ରତିକର ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଏହି ବିଶୃଙ୍ଖଳିତ ଛାତ୍ରଙ୍କ ପାଇଁ ଅନ୍ୟ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ନଷ୍ଟ ହେବାକୁ ଦିଆଯିବ ନାହିଁ ବୋଲି ରେଭେନ୍ସା ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ ପାତ୍ର କହିଛନ୍ତି। ଦୀର୍ଘ ୧୨ଘଣ୍ଟା ଧରି ଅଟକ ରହିବା ପରେ ମଙ୍ଗଳବାର ସେ ଏହି ମନ୍ତବ୍ୟ ଦେଇଛନ୍ତି। ତେବେ ବିଶ୍ବବିଦ୍ୟାଳୟରେ ସାଇନ-ଏ-ଡାଏ ଘୋଷଣା କରାଯିବ ନାହିଁ ବୋଲି ମଧ୍ୟ ସେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ପରେ କ୍ୟାମ୍ପସରେ ଉତ୍ତେଜନା ଲାଗି ରହିଥିଲେ। କ୍ୟାମ୍ପସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହେବାରୁ କର୍ତ୍ତୃପକ୍ଷ ନିର୍ବାଚନ ବାତିଲ କରି ଦେଇଥିଲେ। ପ୍ରତ୍ୟେକ୍ଷ ନିର୍ବାଚନ ଦାବିରେ କୁଳପତି ଈଶାନ ପାତ୍ରଙ୍କୁ ଛାତ୍ରମାନେ ସୋମବାର ରାତିରୁ ଅଟକ ରଖିଥିଲେ। ମଙ୍ଗଳବାର ଭୋର ୫.୩୦ଟା ସମୟରେ କୁଳପତିଙ୍କୁ ଛାଡି ଦେଇଥିଲେ।

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories