ଦୁର୍ବଳ ହେଲା ଲଘୁଚାପ ; ୧୨ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା
କଟକ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ପଡିଛି। ଯାହା ଫଳରେ ଆଜି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ପରିଲକ୍ଷିତ ହୋଇଛି । ଶନିବାର ସମ୍ବଲପୁରର ସର୍ବୋଚ୍ଚ ତାପମାତ୍ରା ୩୫.୫ ଡିଗ୍ରୀ ସେଲସିୟସ୍ ଓ ଖୋର୍ଦ୍ଧାରେ ସର୍ବନିମ୍ନ ତାପମାତ୍ରା ୨୦.୧ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଅନୁଗୁଳ ଓ ଗଜପତି ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାଙ୍ଗାରେ ସର୍ବାଧିକ ୧୩ ସେମି ଓ ନୟାଗଡରେ ୮ ସେମି ବର୍ଷା ରେକର୍ଡ କରାଯାଇଛି।