www.samajalive.in
Wednesday, December 10, 2025
23.1 C
Bhubaneswar

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ସ୍ଵତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ ବାସଭବନକୁ ନିଆଯାଇଛି। ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ନିଶ୍ୱାସ ପ୍ରଶ୍ଵାସ ନେବାରେ ସମସ୍ୟା ଅନୁଭବ କରିବା ପରେ ନଭେମ୍ବର ୧ ରେ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯାହା ପରେ ତାଙ୍କ ମୃତ୍ୟୁକୁ ନେଇ ଗୁଜବ ସୃଷ୍ଟି ହୋଇଥିଲା। ସେ ପ୍ରାୟ ୧୧ ଦିନ ଧରି ଡାକ୍ତରୀ ତଦାରଖରେ ରହିଥିଲେ ଓ ବର୍ତ୍ତମାନ୍ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଡାକ୍ତର କହିଛନ୍ତି। ସେ ବର୍ତ୍ତମାନ ଘରେ ବିଶ୍ରାମ ନେବା ସହ ତାଙ୍କର ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ଡାକ୍ତରମାନେ ପରାମର୍ଶ ଦେଇଥିବା ଜଣାପଡ଼ିଛି। ଡିସଚାର୍ଜ ହେବା ସମୟରେ ତାଙ୍କର ପରିବାର ସଦସ୍ୟ ତଥା ପତ୍ନୀ ହେମା ମାଳିନୀ, ଇଶା ଦେଓଲ, ସନି ଦେଓଲ ଏବଂ ବବି ଦେଓଲ ହସ୍ପିଟାଲରେ ଉପସ୍ଥିତ ରହିଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

Related Articles

Popular Categories