ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ପରଲୋକ ଘଟିଛି। କିଛି ଦିନ ହେବ କୀଡନୀ ଜନିତ ସମସ୍ୟା ଯୋଗୁଁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ରତିକାନ୍ତ ମହାନ୍ତି ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ ଏବଂ ପର୍ଯ୍ୟବେକ୍ଷକ ଭଳି ଅନେକ ସମ୍ବାଦ ସଂସ୍ଥା ସହିତ କାମ କରିଥିଲେ। ତାଙ୍କ ବିୟୋଗରେ ଓଡିଶା ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳି ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ। ତାଙ୍କର ଦୀର୍ଘ ସମୟ ଧରି ସାମ୍ବାଦିକତା ଜୀବନରେ ସଚ୍ଚୋଟତା , ନୀରପେକ୍ଷତାଓ କର୍ତ୍ତବ୍ୟ ନିଷ୍ଠା ପାଇଁ ସେ ସ୍ମରଣୀୟ ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
Popular Categories



