www.samajalive.in
Sunday, December 14, 2025
26.1 C
Bhubaneswar

ଦିଲ୍ଲୀ ଫେରିଲେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ, ସ୍ମୃତି ସ୍ୱରୂପ ସାଥିରେ ନେଲେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଫଟୋ ଚିତ୍ର

ଉପରାଷ୍ଟ୍ରପତି ଏମ. ଭେଙ୍କିଆ ନାଇଡୁ ଆଜି (ଶନିବାର) ଅପରାହ୍ନରେ ଦୁଇ ଦିନିଆ ଓଡିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସ୍ୱତନ୍ତ୍ର ବିମାନରେ ଶ୍ରୀ ନାଇଡୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଯାତ୍ରା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପରାଷ୍ଟ୍ରପତିଙ୍କୁ ବିଦାୟ ଦେବାକୁ ବିମାନବନ୍ଦରରେ ଉପସ୍ଥିତ ଥିଲେ।

ଉପରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲାବେଳେ ନିଜ ସାଥିରେ ଓଡିଶା ଗସ୍ତର ସ୍ମୃତି ସ୍ୱରୂପ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ଫଟୋ ସାଥିରେ ନେଇଛନ୍ତି। ଆଜି ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କିଷନ କୁମାର ଓଡ଼ିଶା ଗସ୍ତର ସ୍ମୃତି ସ୍ୱରୂପ ଉପରାଷ୍ଟ୍ରପତିଙ୍କୁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ଫଟୋ ଚିତ୍ର ପ୍ରଦାନ କରିଥିଲେ। ଶ୍ରୀ ନାଇଡ଼ୁ ଏଥିପାଇଁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ଭାବେ ବିବେଚନା କରାଯାଇଥାଏ ଏବଂ ସେ ସାରା ଦେଶରେ ପୂଜିତ। ପୁରୀ ଶ୍ରୀଜଗନ୍ନାଥଙ୍କ ମନ୍ଦିର କେବଳ ଆମର ପ୍ରାଚୀନ ମନ୍ଦିର ସ୍ଥାପତ୍ୟର ଅନ୍ୟତମ ନିଦର୍ଶନ ନୁହେଁ ବରଂ ଏହା ଭାରତୀୟ ସଂସ୍କୃତିର ଜୀବନ୍ତ ଐତିହ୍ୟ। ପ୍ରତ୍ୟେକ ବର୍ଷ ପୁରୀ ରଥଯାତ୍ରାକୁ ଭକ୍ତଗଣ ଆଗ୍ରହର ସହ ଅପେକ୍ଷା କରିଥାନ୍ତି। ଭଗବାନ ଜଗନ୍ନାଥଙ୍କର ଏହି ବାର୍ଷିକ ଯାତ୍ରା ଦେଖିବା ଲାଗି ସାରା ବିଶ୍ବରୁ ଭକ୍ତମାନେ ଆସିଥାନ୍ତି ବୋଲି ଉପରାଷ୍ଟ୍ରପତି କହିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories