www.samajalive.in
Saturday, December 6, 2025
17.1 C
Bhubaneswar

ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର : ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡ଼ୁ ଏପ୍ରିଲ ୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବ ତଥା ସମାବର୍ତ୍ତନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏହାଛଡ଼ା ସେ କଟକସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ। ସମାରୋହରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହିତ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ।

ଏହି ଅବସରରେ ଉପରାଷ୍ଟ୍ରପତି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା, ଭାବା ଆଟମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡ. ବିଜୟ କୁମାର ସାହୁ, ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ (ସିଏଜି) ଗିରିଶ ଚନ୍ଦ୍ର ମୁର୍ମୁ ପ୍ରମୁଖଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରିବେ। ଏହି ଅବସରରେ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ୪୧
ଜଣଙ୍କୁ ପିଏଚଡି ଓ ୯୦ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ସେହିପରି ୨୦୧୮-୧୯ ଶିକ୍ଷା ବର୍ଷ ପାଇଁ
୧୩୦ ଜଣଙ୍କୁ ପିଏଚଡି/ଡିଲିଟ୍‍ ଏବଂ ୯୦ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଉପରାଷ୍ଟ୍ରପତି ଶ୍ରୀ ନାଇଡ଼ୁ ଆସନ୍ତା ୨ ତାରିଖ, ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସେହିଦିନ ଅପରାହ୍ଣ ସାଢ଼େ ୫ଟାରେ କଟକର ବିଜୁ ପଟ୍ଟନାୟକ ଛକ ଠାରେ ଥିବା ସାରଳା ଭବନ ପରିସରରେ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ଏବଂ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏହାପରେ ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେହିଦିନ ଅପରାହ୍ଣରେ ଉପରାଷ୍ଟ୍ରପତି ଦିଲ୍ଲୀ ଅଭିମୁଖେ ପ୍ରସ୍ଥାନ କରିବେ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories