www.samajalive.in
Friday, December 5, 2025
27.1 C
Bhubaneswar

ତେଜସ୍ୱୀ ଯାଦବଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ମୃତ, ୧୦ ଆହତ

ନୂଆଦିଲ୍ଲୀ: ବିହାର ପୂର୍ଣ୍ଣିୟାର୍ ମୁଫାସିଲ୍ ଥାନା ବିଲୋରି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୬ଜଣ ପୁଲିସ୍ କର୍ମଚାରୀ ରହିଥିବା ଜଣାପଡିଛି। ଜନ ବିଶ୍ୱାସ ଯାତ୍ରା ସମୟରେ କାରକେଡର ଏକ ଗାଡି ନିୟନ୍ତ୍ରଣ ହରାଇ ଡିଭାଇଡରକୁ ଧକ୍କା ଦେଇ ଅନ୍ୟ ଏକ ଲେନରେ ଯାଉଥିବା ଏକ କାରକୁ ଧକ୍କା ଦେଇଥିଲା। ପରେ ଖବର ପାଇଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

Related Articles

Popular Categories