www.samajalive.in
Sunday, December 7, 2025
26.1 C
Bhubaneswar

ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ; ଅଭିଭାଷଣ ରଖିଲେ ରାଜ୍ୟପାଳ

– ଭୁବନେଶ୍ଵରରୁ କଟକ ମଧ୍ୟରେ ଚାଲିବ ମେଟ୍ରୋ ଟ୍ରେନ

– ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୫ ହଜାର କୋଟିର କାମ

ଭୁବନେଶ୍ଵର: ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଥିଲେ। ପ୍ରାରମ୍ଭରେ ବିଜୟ ନେଇ ରାଜ୍ୟପାଳ ଅଭିନନ୍ଦନ ଜଣାଇଥିଲେ। ଦିବଙ୍ଗତ ପୂର୍ବତନ ସାଂସଦ, ବିଧାୟକ ଏବଂ ଶହୀଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରିଥିଲେ। ବାତ୍ୟା ‘ଫନି’ର ଭୟାବହତା ଓ କ୍ଷୟକ୍ଷତି ବିଷୟରେ ସୂଚନା ଦେବା ସହ ବାତ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରିଥିଲେ।

ରାଜ୍ୟପାଳ କହିଥିଲେ, ମୋ ସରକାରକୁ କ୍ରମାଗତ ୫ମ ଥର ପାଇଁ ଜନମତ ମିଳିଛି। ଲୋକଙ୍କ ଭରସା ଓ ବିଶ୍ଵାସକୁ ବଜାୟ ରଖିବାକୁ ଆମେ ସଙ୍କଳ୍ପବଦ୍ଧ। ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ପାଳନ ପାଇଁ ପ୍ରଥମ ଦିନକରୁ ପ୍ରଚେଷ୍ଟା କରାଯାଇଛି। ସରକାର ଗଠନର ପ୍ରଥମ ଦିନରୁ ଏଥିପାଇଁ କାମ ଆରମ୍ଭ ହୋଇଛି। କାଳିଆ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସାମିଲ କରାଯାଇଛି। କୃଷିର ବିକାଶ ଓ କୃଷକ ସଶକ୍ତୀକରଣ ସରକାରର ମୂଳ ଲକ୍ଷ୍ୟ। ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୫ ହଜାର କୋଟିର କାମ ଦିଆଯିବ। ପ୍ରତି ପଞ୍ଚାୟତ ଓ ଜିଲା ସ୍ତରରେ ମିଶନ ଶକ୍ତି ଗୃହ ପ୍ରତିଷ୍ଠା ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ମିଳୁଛି। ହାଇସ୍କୁଲରେ ଆଇଟି ଲ୍ୟାବ୍‌ ପ୍ରତିଷ୍ଠା ହେବ। ସମସ୍ତ ବୈଷୟିକ ଶିକ୍ଷାକୁଷ୍ଠାନକୁ ୱାଇଫାଇ କରାଯିବ। ଶିଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଉଛି। ଭୁବନେଶ୍ଵରରେ ବିଶ୍ଵସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ବିକଶିତ ହୋଇଛି।ଏହା ସହିତ କଟକ ଏବଂ ଭୁବନେଶ୍ଵର ମଧ୍ୟରେ ମେଟ୍ରୋ ଟ୍ରେନ ସେବା ଆରମ୍ଭ ହେବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ ସୂଚନା ଦେଇଥିଲେ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories