www.samajalive.in
Friday, December 5, 2025
20.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ; ଲାଞ୍ଚ ନେବା ବେଳେ ଗିରଫ

କଟକ: ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି। ତାଙ୍କ ନିକଟରୁ ନଗଦ ୧୦ ହଜାର ଟଙ୍କା ଜବତ ହୋଇଛି। ଲାଞ୍ଚ ମାଗିବା ଏବଂ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲା ମଙ୍ଗଳାବାଗ୍ ମାଲାସାହିର ବିଜୟ ପାତ୍ର ତ୍ରିଶୂଳିଆରେ ନିଜର ଏକ ଘର ନିର୍ମାଣ କରିଛନ୍ତି। ସେଠାକୁ ବିଦ୍ୟୁତ୍ ସଂଯୋଗ ପାଇଁ ସେ ବାରମ୍ବାର ଇଲେକଟ୍ରିକ ସେକସନର କନିଷ୍ଠ ଯନ୍ତ୍ରୀ ଭବାନୀଶଙ୍କର ମହାନ୍ତ ନିକଟକୁ ଆସିଥିଲେ ମଧ୍ୟ ସେ କୌଣସି କଥା ଶୁଣିନଥିଲେ। ବିଦ୍ୟୁତ୍ ସଂଯୋଗ ପାଇଁ ଭବାନୀଶଙ୍କର ତାଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏହାକୁ ନେଇ ବିଜୟ କୁମାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ଅନୁଯାୟୀ ବିଜୟ ଶୁକ୍ରବାର ସକାଳେ ଭବାନୀଶଙ୍କରଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories