www.samajalive.in
Saturday, December 6, 2025
17.1 C
Bhubaneswar

ଲାଞ୍ଚ ନେଇ ଧରାପଡ଼ିଲେ ବିଏମସି ଟିକସ ଆଦାୟକାରୀ

ଭୁବନେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବିଏମସିର ଟିକସ ଆଦାୟକାରୀ। ବିଏମସି ଟିକସ ଆଦାୟକାରୀ ହେମନ୍ତ କୁମାର ସାହୁ ଓ ଅବସରପ୍ରାପ୍ତ ଟିକସ ଆଦାୟକାରୀ ଯୋଗେନ୍ଦ୍ର ପ୍ରଧାନ, ଯିଏକି ବିଏମସିରେ ଏବେବି କାର୍ଯ୍ୟରତ ଉଭୟ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ମିଳିଥିବା ସୂଚନା ମୁତାବକ, ଖଣ୍ଡଗିରି ଥାନା ଅନ୍ତର୍ଗତ ବିଏମସି ୱାର୍ଡ ଅଫିସ ନମ୍ବର ୨୩ରେ ଅଭିଯୋଗକାରୀଙ୍କଠାରୁ ବିଏମସି ଟ୍ୟାକ୍ସ କଲେକ୍ଟର ତଥା ୱାର୍ଡ ଅଫିସର ହେମନ୍ତ କୁମାର ସାହୁ ନିଜପାଇଁ ଓ ଯୋଗେନ୍ଦ୍ର ପ୍ରଧାନଙ୍କ ପାଇଁ ୭୫୦୦ ଟଙ୍କା ଲେଖାଏଁ କରି ମୋଟ୍‌ ୧୫୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଲାଞ୍ଚ ଟଙ୍କା ଜବତ କରିବା ସହ ହେମନ୍ତ କୁମାର ସାହୁ ଓ ଯୋଗେନ୍ଦ୍ର ପ୍ରଧାନଙ୍କୁ ଧରିଥିଲେ। ଉଭୟଙ୍କୁ ଭିଜିଲାନ୍ସ ଅଟକ ରଖିଛି। ଦୁହେଁ ଅଭିଯୋଗକାରୀଙ୍କ ହୋଲ୍ଡିଂ ଟିକସ କମାଇବା ଲାଗି ଲାଞ୍ଚ ନେଉଥିବା ଜଣାପଡ଼ିଛି। ଉଭୟଙ୍କ ବିରୋଧରେ ଅଧିକ ଅନୁସନ୍ଧାନ ଜାରି ରହିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories