ଭୁବନେଶ୍ୱର : ଭାରତ ସଂଚାର ନିଗମ ଲିମିଟେଡ (ବିଏସଏନଏଲ) ଓଡ଼ିଶା ସର୍କଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ସୋମବାର ଦିନ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଏସଏନଏଲ ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ମହାପ୍ରବନ୍ଧକ ଡ. ଉଦୟ ଶଙ୍କର ପଣ୍ଡା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନୀତି
ନିବାରଣ ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶା ସର୍କଲର ଦୁର୍ନୀତି ନିବାରଣ ଅଧିକାରୀ ଭରତ ଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।
ବିଏସଏନଏଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
Popular Categories



