www.samajalive.in
Sunday, December 14, 2025
17.1 C
Bhubaneswar

ପ୍ରଧାନ ଡାକଘରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ 

ଆଠଗଡ : ଆଠଗଡ ମୁଖ୍ୟ ଡାକଘରେ ସୋମବାର ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ସଚେତନତା ସଭା ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ଡାକପାଳ ଦୁର୍ଗାପ୍ରସାଦ ପଣ୍ଡା ଓ ମଣ୍ଡଳ ଅଧିକ୍ଷକ ଗଜେନ୍ଦ୍ର ପ୍ରସାଦ କର ଅତିଥି ଭାବେ ଯୋଗଦେଇ ଦୁର୍ନୀତି ଓ ଭ୍ରଷ୍ଟାଚାରର ମୂଳୋତ୍ପାଟନ ହେଲେ ଯାଇ ଦେଶର ପ୍ରକୃତ ବିକାଶ ହୋଇପାରିବ ଏବଂ ଦେଶର ଗରିବ ଶ୍ରେଣୀର ଲୋକ ଉପକୃତ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଦୁର୍ନୀତିକୁ ପ୍ରଶୟ ନଦେବା ବା ସହଯୋଗ ନକରିବା ଲାଗି ସମସ୍ତ ଡାକ କର୍ମଚାରୀ ଶପଥ ପାଠ କରିଥିଲେ । ଏହି ଅବସରରେ ସ୍କୁଲ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଧାରଣ ଜ୍ଞାନ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ କୃତି ପ୍ରତିଯୋଗୀଙ୍କୁ ଅତିଥି ଦ୍ୱୟ ପୁରସ୍କୃତ କରିଥିଲେ । ସହାୟକ ଡାକପାଳ ମନୋରଞ୍ଜନ ସ୍ୱାଇଁ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଉପଡାକପାଳ ଜୟନ୍ତ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନ ଡାକଘର ପରିସରକୁ ସମସ୍ତ ଡାକକର୍ମଚାରୀ ମିଳିତ ଭାବେ ଶ୍ରମଦାନ କରି ସଫେଇ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories