www.samajalive.in
Saturday, December 6, 2025
23.1 C
Bhubaneswar

ଲାଞ୍ଚ ମାମଲା: ପୂର୍ବତନ ସେକ୍ସନ ଅଫିସରଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ସମାଜଲାଇଭ ଡେସ୍କ: ଏକ ଲାଞ୍ଚ ମାମଲାରେ ବଲାଙ୍ଗୀର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଅଗଳପୁର ତହସିଲ କାର୍ଯ୍ୟାଳୟର ପୂର୍ବତନ ସେକ୍ସନ ଅଧିକାରୀ କିଶୋର ଚନ୍ଦ୍ର ଖାରସେଲଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏହା ସହିତ କୋର୍ଟ କିଶୋରଙ୍କୁ ଆର୍ଥିକ ଜରିମାନାରେ ମଧ୍ୟ ଦଣ୍ଡିତ କରିଛନ୍ତି।

କିଶୋର ଅଗଳପୁର ତହସିଲର ସେକ୍ସନ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ସମୟରେ ୩୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଧରାପଡ଼ିଥିଲେ। ବେଆଇନ ବାଲି ଚାଲାଣ ସମୟରେ ଉକ୍ତ ଟ୍ରାକ୍ଟର ଧରାପଡ଼ିଥିଲା। ଗାଡ଼ି ଉପରେ ଲାଗୁ ହୋଇଥିବା ଜରିମାନା ଛାଡ଼ ପାଇଁ କିଶୋର ଗାଡ଼ି ମାଲିକଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଭିଜିଲାନ୍ସ ଅଧିକାରୀମାନେ ଯୋଜନା ମୁତାବକ କିଶୋରଙ୍କୁ ଗିରଫ କରିଥିଲେ। ଏ ନେଇ କିଶୋରଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ ହୋଇଥିଲା। କିଶୋର ଦୋଷୀ ସାବ୍ୟସ୍ତ ହେବା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ପେନସନ ବନ୍ଦ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି କୁହାଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories