www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ କୋଲକାତାରେ  ତାଙ୍କର ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସରେ ଦେବାଶିଷ ପାଣିଗ୍ରାହୀ ଗତ ୮ ତାରିଖରେ କୋଲକାତା ସ୍ଥାନାନ୍ତର ହୋଇଥିଲେ। ୧୯୯୧ ବ୍ୟାଚର ଏହି ଆଇପିଏସ ଅଫିସର  ଦୁଇଟି କୋଭିଡ ଟିକା ନେଇ ଥିଲେ। ହେଲେ ମେ ମାସରେ କୋଭିଡରେ ସଂକ୍ରମିତ ହୋଇ ଗୁରୁତର ହୋଇପଡ଼ିଥିଲେ। ଏହାପରେ ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର ଏବଂ ଶେଷରେ ଏୟାର ଆମ୍ବୁଲାନ୍ସରେ କୋଲକାତା ସ୍ଥାନାନ୍ତର କରାଯାଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା। ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

୧୯୬୫ ମସିହା ଅଗଷ୍ଟ ୨୯ ତାରିଖରେ ବାଲେଶ୍ୱରରେ ଦେବାଶିଷ ପାଣିଗ୍ରାହୀ ଜନ୍ମଗ୍ରହଣ କରିଥିଲେ। ରାଜନୀତି ବିଜ୍ଞାନରେ ସ୍ନାତକ କରିବା ପରେ ଦିଲ୍ଲୀ ଜେଏନ୍‌ୟୁରୁ ଏମଫିଲ କରିଥିଲେ । ଏହା ପରେ ସେ ପିଏଚଡି ଡିଗ୍ରୀ ହାସଲ କରିଥିଲେ । ୧୯୯୧ ମସିହାରେ ଆଇପିଏସ୍ ଅଫିସର ଭାବେ ଯୋଗ ଦେଇଥିଲେ। ବିଭିନ୍ନ ଜିଲ୍ଲାର ଏସପି ଭାବେ କାର୍ଯ୍ୟ କରିବା ସହ ବର୍ତ୍ତମାନ ସେ ଭିଜିଲାନ୍ସ ବିଭାଗରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ ।

- Advertisement -

ଜଣେ ନିଷ୍ଠାବାନ ଆରକ୍ଷୀ ଅଧିକାରୀ ଏବଂ ସୁ-ସାହିତ୍ୟିକ ଭାବେ ମଧ୍ୟ ଦେବାଶିଷ ପାଣିଗ୍ରାହୀ ସୁନାମ ଅର୍ଜନ କରିଥିଲେ। ସେ ୯ଟି ଉପନ୍ୟାସ ଏବଂ ୭ଟି କ୍ଷୁଦ୍ରଗଳ୍ପ ରଚନା କରିଥିଲେ। ୨୦୦୨ରେ ସେ ଓଡ଼ିଆ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ତାଙ୍କର ଅନେକ ସାହିତ୍ୟ କୃତୀ ବିଭିନ୍ନ ଭାରତୀୟ ଭାଷାରେ ଅନୁବାଦିତ ହୋଇଛି।

Hot this week

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

Related Articles

Popular Categories