www.samajalive.in
Sunday, December 7, 2025
15.1 C
Bhubaneswar

ଭିଜିଲାନ୍ସ ଇନ୍‍ପେକ୍ଟର ମାନସୀ ଜେନାଙ୍କୁ ଚାକିରୀରୁ ବହିଷ୍କାର କଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଡେସ୍କ: ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭିଜିଲାନ୍ସ ଇନ୍‍ପେକ୍ଟର ମାନସୀ ଜେନାଙ୍କୁ ଆଜି ପୁଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ଚାକିରୀରୁ ବହିଷ୍କାର କରିଛନ୍ତି। ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଭାରତର ସମ୍ବିଧାନ ଅନୁଚ୍ଛେଦ ୩୧୧(୨) (ବି) ନିୟମ ଅନୁଯାୟୀ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ତାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଭିଜିଲାନ୍ସ ଡିଭିଜନ୍‍ ଅଧିନରେ ଇନ୍‍ସପେକ୍ଟର ଭାବେ ମାନସୀ ଜେନା କାର୍ଯ୍ୟ କରୁଥିଲେ। ଜଣେ ଅଫିସରଙ୍କ ନାମରେ ଥିବା ପିଟିସନ୍‍କୁ ବନ୍ଦ କରିବା ପାଇଁ ଅନ୍ୟ ଜଣେ ବ୍ୟକ୍ତିଙ୍କ ଜରିଆରେ ଶ୍ରୀମତୀ ଜେନା ୨୦ ଲକ୍ଷ ଟଙ୍କା ଦାବି କରିଥିଲେ। ଏଭଳି ଏକ ସଙ୍ଗୀନ ଅଭିଯୋଗ ପାଇ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା। ଭିଜିଲାନ୍ସ ସେଲ୍‌ଫ କେଶ୍‍ ନଂ ୦୫/୨୦୨୨, ତା୧୨/୦୫/୨୦୨୨ରିଖରେ ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories