www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ସ୍ପେଶାଲକ୍ଲାସ କଣ୍ଟ୍ରାକ୍ଟର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ସୋମବାର ଧରାପଡିଲେ ସ୍ପେଶାଲକ୍ଲାସ କଣ୍ଟ୍ରାକ୍ଟର ବିଜୟ ଅଗ୍ରୱାଲ। ଏହାସହ ପାୱାର ଅଫ ଆଟର୍ଣ୍ଣି ନେଇଥିବା ଦୀପକ ଅଗ୍ରୱାଲଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ। ସରକାରୀ ଅର୍ଥ ତୋଷରପାତ ଅଭିଯୋଗରେ ଭିଜିଲାନ୍ସ ସୋମବାର ଉଭୟଙ୍କୁ ଗିରଫ କରିଛି। ୪ଟି ୧୦୦ ସିଟ ବିଶିଷ୍ଟ ଏସସି ହଷ୍ଟେଲ ପାଇଁ ଆସିଥିବା ଅର୍ଥ ହେରଫେର ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସ ତଦନ୍ତ ଆରମ୍ଭ ଦିନ ଠାରୁ ଉଭୟ ଫେରାର ଥିଲେ। ସେମାନଙ୍କ ବଲାଙ୍ଗୀର ଘରୁ ବାରମ୍ବାର ଭିଜିଲାନ୍ସ ଟିମ୍‌‌ ଫେରିଥିଲା। ଉଭୟଙ୍କୁ ରାଉରକେଲାରୁ ଗିରଫ କରି କଟକ ଆଣିଛି ଭିଜିଲାନ୍ସ। କଟକ ଭିଜିଲାନ୍ସ କାର୍ଯ୍ୟାଳୟରେ ଉଭୟଙ୍କୁ ପଚରାଉଚରା କରାଯିବା ସହ ତଦନ୍ତ ଜାରି ରହିଛି।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories