www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର୍‌

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଓଡିଶା ଜଳ ଯୋଗାଣ ଏବଂ ସ୍ଵେରେଜ୍ ବୋର୍ଡ ଆସିଷ୍ଟାଣ୍ଟ ମ୍ୟାନେଜର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ଚଢାଉରେ ୭ ଡିଏସପି, ୯ ଜଣ ଇନ୍ସପେକ୍ଟର ଏବଂ ୧୦ ଜଣ ଆଇଆଇସି ସାମିଲ୍‌ ରହିଛନ୍ତି। ଖୋର୍ଦ୍ଧା ଜଟଣୀରେ ଥିବାଘର, ଭୁବନେଶ୍ଵର ଆଇଗିଣିଆ ସ୍ଥିତ ଭଡା ଘର , ଜଟଣୀରେ ଥିବା ଆଉ ଏକ ଦୁଇ ଏବଂ ତିନି ମହଲା ବିଶିଷ୍ଟ ନିର୍ମାଣାଧିୀନ ଘର , ଭୁବନେଶ୍ଵରରେ ଥିବା ଅଫିସ ଏବଂ କଟକ ଚୌଦ୍ଵାରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରୁଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସବିଶେଷ ତଥ୍ୟ ମିଳିବ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories