www.samajalive.in
Monday, December 15, 2025
26.1 C
Bhubaneswar

ଲାଞ୍ଚ ନେବାବେଳେ ପୁଲିସ୍‌ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ଵର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଜଣେ ପୁଲିସ୍‌ ବାବୁ। ବାଲେଶ୍ଵର ଜିଲ୍ଲା ସୋର ଥାନା ଅନନ୍ତପୁର ଫାଣ୍ଡି ଅଧିକାରୀ ଏଏସ୍‌ଆଇ ହୃଷିକେଷ ବିଶ୍ଵାଳ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଦୁର୍ଘଟଣା ମାମଲାରେ ଜଣେ ଯୁବକଙ୍କ ମୋଟର ସାଇକେଲ ଅଟକ ଥିଲା। ତେବେ ଅଟକ ମୋଟର ସାଇକେଲକୁ ଛାଡିବା ପାଇଁ ପୁଲିସ୍‌ ବାବୁ ଜଣଙ୍କ ଯୁବକଙ୍କ ଠାରେ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ମୋଟର ସାଇକେଲକୁ ଥାନାରୁ ନେବା ପାଇଁ ଉକ୍ତ ଯୁବକ ପୁଲିସ୍‌ ବାବୁଙ୍କୁ ଲାଞ୍ଚ ଟଙ୍କା ଦେଉଥିବାବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories