www.samajalive.in
Friday, December 5, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ କିରାଣୀ

ଭବାନୀପାଟଣା : ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ବରିଷ୍ଠ କିରାଣୀ। ନିଜ ବିଭାଗର
ଜଣେ ଅବସରପ୍ରାପ୍ତ କର୍ମଚାରୀ ଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଭେଙ୍କଟଗିରି ରାଓ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ନିଜ ବିଭାଗର ଅବସରପ୍ରାପ୍ତ ଫିଟର ତ୍ରିଲୋଚନ ଶବର ଙ୍କ ଠାରୁ ପେନ୍ସନ୍ ଏବଂ ଗ୍ରାଚୁଇଟି କରାଇଦେବା ପାଇଁ ଶ୍ରୀ ରାଓ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ଶ୍ରୀ ରାଓ ନିଜ ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ କୁମାର ଆଇନ୍ଦଙ୍କ ନେତୃତ୍ୱରେ ୨ ଟି ଭିଜିଲାନ୍ସ ଦଳ ତାଙ୍କ ଅଫିସ ଏବଂ ସରକାରୀ ଘରେ ଚଢାଉ ଜାରି ରଖିଛନ୍ତି।

Hot this week

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

Related Articles

Popular Categories