www.samajalive.in
Saturday, December 6, 2025
14.1 C
Bhubaneswar

ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ଭିଜିଲାନ୍ସ ବିଭାଗ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି। ଏକକାଳୀନ ୬ଟି ସ୍ଥାନରେ ୪୦ଜଣିଆ ଭିଜିଲାନ୍ସ ଟିମ ଚଢ଼ାଉ କରିଛନ୍ତି। ନାରାୟଣ ପ୍ରଧାନଙ୍କ ସରକାରୀ ବାସଭବନ ସହ କାର୍ଯ୍ୟାଳୟ, ଦେଓଗଡ଼ କେନ୍ଦୁହାଟରେ ଥିବା ଫାର୍ମ ହାଉସ, ଶଶୁର ଘର ଅନୁଗୁଳ ଟାଉନ, ଦେଓଗଡ଼ ଭାଇ ଘର, ରିଆମାଲ ଦେଓଗଡ଼ରେ ପୈତୃକ ଘରରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ବିଭାଗ। ଏହି ସହକାରୀ ଯନ୍ତ୍ରୀଙ୍କ କେନ୍ଦୁଘାଟ ଦେଓଗଡ଼ରେ ୧୬ଏକର ଜମିର ଫାର୍ମହାଉସ, ସମ୍ବଲପୁରରେ ୨୫ଲକ୍ଷ ଟଙ୍କା ମୂଲ୍ୟର ଜମି, ଭୁବନେଶ୍ୱର ଜଟଣୀରେ ଜମି ଓ ଦେଓଗଡ଼ ବୁରଡ଼ାରେ ଅନେକ ଜମି ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏହି ସମ୍ବାଦ ଲେଖା ହେଲା ବେଳକୁ ଚଢ଼ାଉ ଜାରି ରହିଥିବାରୁ ଆୟବର୍ହିଭୁତ ସମ୍ପତ୍ତିର ସଂପୂର୍ଣ୍ଣ ଆକଳନ ସ୍ପଷ୍ଟ ହୋଇପାରିନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories