ଶିଳ୍ପ ଉନ୍ନୟନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ପୁରୀ : ପୁରୀ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକାକାଳୀନ ପୁରୀ,ଭୁବନେଶ୍ୱର ଓ ନୟାଗଡର ୫ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ କରିଛନ୍ତି । ଏହି ଚଢାଉରେ ୮ଟି ଟିମ ସାମିଲ ରହିଥିବା ବେଳେ ସେମାନଙ୍କ ମଧ୍ୟରେ ୪ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି । ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ ।
Comments are closed.