www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍‍ ମହାପାତ୍ରଙ୍କ ଘରେ ଚଢ଼ାଉ କରୁଛି । ପୈତୃକ ବାସଭବନ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱରର ନୟାପଲ୍ଲୀ, ବାଲିଅନ୍ତା, ଜଗତସିଂହପୁରର ଜଡ଼ାତିରା, ରଘୁନାଥପୁର ପୈତୃକ ବାସଭବନରେ ରେଡ୍ କରାଯାଇଛି । ତେବେ ଲଗାତର ଦୁଇଦିନ ହେବ ଭିଜିଲାନ୍ସ ସକ୍ରିୟ ରହିଛି । ପୂର୍ବରୁ ଜଣେ ଆଇଆଇସି ଓ ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories