www.samajalive.in
Saturday, December 6, 2025
23.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ଜିଲା ସୋର ଗ୍ରାମ୍ୟ ଉନ୍ନୟନ ବିଭାଗ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ପ୍ରମୋଥ କୁମାର ବେହୁରିଆଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଓ ବାଲେଶ୍ୱରରେ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ଭଦ୍ରକ ସହର ସ୍ଥିତ ବାଗୁରାଇରେ ଗୋଟିଏ ୩ ମହଲା ଓ ଗୋଟିଏ ଦୁଇ ମହଲା କୋଠାରେ ଚଢ଼ାଉ ହୋଇଛି। ଏଥିସହ ଭଦ୍ରକ ମଧୁସୂଦନପୁରରେ ଥିବା ପୈତୃକ ଘର, ଅନ୍ନପାଳରେ ଥିବା ମାର୍କେଟ୍ କମ୍ପ୍ଲେକ୍ସ, ବାସୁଦେବପୁରରେ ଥିବା ସମ୍ପର୍କୀୟଙ୍କ ଘର ଓ ସୋରରେ ଥିବା ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଏହି ଚଢାଉରେ ୪ ଜଣ ଡିଏସପି, ୪ ଇନ୍ସପେକ୍ଟର ଓ ଜଣେ ଅତିରିକ୍ତ ଏସପିଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories