www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ଜାଲରେ ପୂର୍ବତନ ଜିଲା ସମାଜମଙ୍ଗଳ ଅଧିକାରୀ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଜିଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବାଲେଶ୍ବର ଓ ଭଦ୍ରକର ୧୧ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ। ମିଳିଥିବା ସୂଚନା ଅନୁଯାୟୀ, ଭଦ୍ରକ ଫିରିଙ୍ଗପାଟଣାରେ ଥିବା ଜୟନ୍ତୀ ବେହେରାଙ୍କ ୩ ମହଲା ବିଶିଷ୍ଟ ବାସଭବନ, ବାଲେଶ୍ୱର ସିଦ୍ଧେଶ୍ୱର କଲୋନୀରେ ୩ ମହଲା ଓ ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୌତମ ନଗର ଅଞ୍ଚଳରେ ଫ୍ଲାଟ୍, ଓଲଡ ଟାଉନ ଅଞ୍ଚଳରେ ଥିବା ଫ୍ଲାଟରେ ଚଢ଼ାଉ ଜାରି ରହିଛି। ବାଲେଶ୍ବର ଭିଜିଲାନ୍ସ କୋର୍ଟଙ୍କ ଆଦେଶକ୍ରମେ ଏହି ଚଢ଼ାଉ କରାଯାଉଥିବାବେଳେ ଏଥିରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୮ଜଣ ଇନସ୍ପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିବା ଜଣାଯାଇଛି। ପ୍ରକାଶ ଯେ, ଭଦ୍ରକ ଜିଲାରେ ଛତୁଆ ଦୁର୍ନୀତିରେ ଜିଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା ଲିପ୍ତ ଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଆସୁଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories