www.samajalive.in
Friday, December 5, 2025
20.1 C
Bhubaneswar

କୁଚିଣ୍ଡା ଏନଏସି ନିର୍ବାହୀ ଅଧିକାରୀ ଓ ନବରଙ୍ଗପୁର ଆରଟିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର/ନବରଙ୍ଗପୁର: ସମ୍ବଲପୁର ଜିଲାର କୁଚିଣ୍ଡା ଏନଏସି ନିର୍ବାହୀ ଅଧିକାରୀ ଏବଂ ନବରଙ୍ଗପୁର ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି।

କୁଚିଣ୍ଡା ଏନଏସି ନିର୍ବାହୀ ଅଧିକାରୀ ଜିତେନ୍ଦ୍ର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତେନ୍ଦ୍ରଙ୍କ ସମ୍ବଲପୁରରେ ଥିବା ୨ଟି ଘର ଏବଂ ଝାରସୁଗୁଡ଼ାରେ ଥିବା ୨ଟି ଘରେ ଏକକାଳୀନ ଏହି ଚଢ଼ାଉ ଚାଲିଛି। ସେହିପରି ନବରଙ୍ଗପୁର ଆରଟିଓ ଗଣେଶ୍ଵର କହଁର ଜଣେ ଯୁବକଙ୍କଠାରୁ ଲାଞ୍ଚ ନେଇଥିବା ଏବଂ ତାହାକୁ ଫେରାଇଦେବା ଲାଗି କହୁଥିବା ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା। ଏହା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ କାର୍ଯ୍ୟାଳୟ, ଘର ସମେତ ଅନ୍ୟାନ୍ୟ ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories