କଟକ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଶ୍ରୀ ଭୂୟାଁଙ୍କର ଭୁବନେଶ୍ୱରର ସୌଭାଗ୍ୟ ନଗରସ୍ଥିତ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୂଚନା ଅନୁସାରେ, କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଲେହେଙ୍ଗା ଗ୍ରାମସ୍ଥିତ ତାଙ୍କ ପୈତୃକ ଘର, ଭୁବନେଶ୍ୱର ଚକେଇସିଆଣିସ୍ଥିତ ତାଙ୍କର ଜଣେ ସଂପର୍କୀୟଙ୍କ ଘର ସହିତ କଟକ ସଦର ବ୍ଲକ୍ ସ୍ଥିତ ତାଙ୍କ କାର୍ଯ୍ୟାଳୟରେ ରୁମ୍ରେ ଭିଜିଲାନ୍ସ ତନାଘନା କରୁଛି। ଏହି ଚଢ଼ାଉରେ ଭିଜିଲାନ୍ସର ୩ ଜଣ ଡିଏସ୍ପି, ୪ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ୍ ଅଛନ୍ତି । ସେହିପରି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ନୂଆପଡ଼ା ଜିଲା କୋମନା ଶାଖାରେ କାର୍ଯ୍ୟରତ ବ୍ୟାଙ୍କ ସହାୟକ ପ୍ରଦୀପ କୁମାର ଚନ୍ଦ୍ରକରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।
Popular Categories



