www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଆଇଆଇସି ; ଘରୁ ବାହାରୁଛି ବିଡା ବିଡା ଟଙ୍କା

କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ଗତକାଲି ଭିଜିଲାନ୍ସ ଜାଲରେ ଫସିଥିବା ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀଙ୍କ ଘରୁ ମିଳୁଛି ବିଡା ବିଡା ଟଙ୍କା। ଆଜି କଟକ ବକ୍ସିବଜାର ସ୍ଥିତ କ୍ୱାର୍ଟର୍ସରୁ ପ୍ରାୟ ୨୫ ଲକ୍ଷ ଟଙ୍କା ଜବତ ହୋଇଛି। ୫ଶହ ଟଙ୍କିଆ ଓ ଅନ୍ୟାନ୍ୟ ନୋଟ୍‌‌ ମିଳିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି। ଗତକାଲି ଆଇଆଇସିଙ୍କ ବୈପାରୀଗୁଡା ଘର ଓ କାର୍ଯ୍ୟାଳୟରୁ ନଗଦ ୭.୫ ଲକ୍ଷ ଟଙ୍କା ମିଳିଥିଲା।
ସୂଚନା ଯୋଗ୍ୟ, ଗତକାଲି କୋରାପୁଟ ବୈପାରୀଗୁଡା ଥାନା ଅଧିକାରୀ (ଆଇଆଇସି) ସୁଶାନ୍ତ ଶତପଥୀ କଟକ ସ୍ଥିତ ନିଜ ଘରକୁ ଫେରିବା ସମୟରେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଭିଜିଲାନ୍ସ ତାଙ୍କୁ ଧରିଥିଲ।। ଏହି ସମୟରେ ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଜବତ ହୋଇଥିଲା। ଏତେ ଟଙ୍କା କୁଆଡୁ ଆଣିଲେ ସେ ନେଇ ଭିଜିଲାନ୍ସ ପ୍ରଶ୍ନ କରିବାରୁ ଆଇଆଇସି ଏହାର କୌଣସି ଉତ୍ତର ରଖିପାରି ନଥିଲେ। ଗତକାଲି ରାତିରେ ଭିଜିଲାନ୍ସ ଅଧିକାରୀ ଆଇଆଇସିଙ୍କ କାର୍ଯ୍ୟାଳୟ ଓ ଘରେ ଚଢାଉ କରି ପ୍ରାୟ ୭ ଲକ୍ଷ ଟଙ୍କା ଜବତ କରିଥିଲା। ଆଜି ମଧ୍ୟ ଚଢାଉ ଜାରି ରହିଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories