www.samajalive.in
Saturday, December 6, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର

ଭୁବନେଶ୍ବର: ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କରଞ୍ଜିଆ ତହସିଲଦାର ଚାର୍ଲ୍ସ ନାୟକ। ଏନଏଚଏଆଇ ପକ୍ଷରୁ ଜମି ଅଧିଗ୍ରହଣ ଚେକ୍‌ ଦେବାକୁ ଜଣେ ବ୍ୟକ୍ତିଙ୍କଠାରୁ ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ ତହସିଲଦାର। ଅଭିଯୋଗ ଅନୁସାରେ, ଏନଏଚଏଆଇ ପ୍ରଦତ୍ତ ୫୧ ଲକ୍ଷର ଚେକ୍‌ ଦେବାକୁ ତହସିଲଦାର ଦୁଇଟି ବ୍ଲାଙ୍କ୍‌ ଚେକ୍‌ ନେଇଥିଲେ। ଦୁଇଟି ଖାଲି ଚେକ୍ ଆକାରରେ ୧୦ ଲକ୍ଷ ଟଙ୍କା ଏବଂ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିଲେ।

ଏହାପରେ ତହସିଲଦାର ଚାର୍ଲ୍ସ ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। କରଞ୍ଜିଆରେ ୩ଟି ଓ ଭଦ୍ରକରେ ଗୋଟିଏ ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୭ ଡିଏସପି, ୩ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ଅଛନ୍ତି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories